ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା
ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ
ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ଏନେଇ ସୂଚନା ଜାରି କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ।
ସେ ଆହୁରି କହିଛନ୍ତି ଯେ, ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ। ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ।