ଏକାସଙ୍ଗେ ଦୁଇ ଦୁଇଟି ଲଘୁଚାପ, ଆଗକୁ ଆହୁରି ନାଦିବ ବର୍ଷା

ପୁଣି ଯୋଡ଼ା ଲଘୁଚାପ

ଭୁବନେଶ୍ୱର: ଏକାସାଙ୍ଗରେ ଦୁଇ ଦୁଇଟି ଲଘୁଚାପ। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା। ଆରବସାଗରରେ ବି ଲଘୁଚାପର ଆଶଙ୍କା ରହିଛି।

୩୦ରେ ବଙ୍ଗୋପସାଗରରେ ଲଘୁଚାପ ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ସୂଚନାନୁଯାୟୀ, ୧୨ ଘଣ୍ଟାରେ ଆରବସାଗରରେ ହୋଇପାରେ ଘୂର୍ଣ୍ଣିବଳୟ।

ଆଜି 4 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 30 ଓ 1 ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ 30ରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର ଅର୍ଥାତ ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। 29 ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।