ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୪ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।

ନୂଆଦିଲ୍ଲୀ: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ 2 ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ଗତି କରିବା ନେଇ ସମ୍ଭାବନା ।

ଏହାର ପ୍ରଭାବରେ ଆଜିଠୁ ଆସନ୍ତା 4 ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 30 ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ 3 ଜିଳ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ 1 ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିର ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସଆରସି ।