ଭୁବନେଶ୍ୱର: ପ୍ରବଳ ବର୍ଷା ହେବା ନେଇ ଆକଳନ। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ। ଆସନ୍ତା କିଛି ଦିନ ପାଇଁ ପ୍ରବଳ ବର୍ଷାର ପ୍ରଭାବ। ଯେହେତୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାକି ଉତ୍ତରଓଡ଼ିଶା ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବ। ଲଘୁଚାପ ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି।
ତେଣୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି। ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱରକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ସ୍ଥାନେ ସ୍ଥାନେ ଅତ୍ୟନ୍ତ ଭାରି ବର୍ଷା ମଧ୍ୟ ହେବା ନେଇ ଆକଳନ କରାଯାଇଛି।
ପରବର୍ତ୍ତୀ ୨୪ ଘଣ୍ଟାରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନୁଗୁଳ, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧରେ ଅତି ପ୍ରବଳ ବର୍ଷା। ଢେଙ୍କାନାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସୁବର୍ଣ୍ଣପୁରରେ ଅତିି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।