ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ବର: ବରିଷ୍ଠ ଓଏଏସ ଅଧିକାରୀ ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପୂର୍ବରୁ ସେ କେନ୍ଦୁଝର ଡୁଡା(ଡିଷ୍ଟ୍ରିକ୍ଟ ଅର୍ବାନ ଡେଭଲପମେଣ୍ଟ ଏଜେନ୍ସି)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ଏନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ରବିବାର ଆଇଏଏସ ଶାଶ୍ଵତ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଥିଲା।