fbpx

ଭୁବନେଶ୍ୱରରୁ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୩ା୮(ଓଡ଼ିଶା ଭାସ୍କର):ଭୁବନେଶ୍ୱରରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୧୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୩୦୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୭୯୮ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୨୫୦ଜଣ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.