fbpx

ଦିନକରେ ୫୨,୦୫୦ ଚିହ୍ନଟ, ୮୦୩ ମୃତ

ନୂଆଦିଲ୍ଲୀ,୪ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୮,୯୩୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୦୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୫୨,୦୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୫୪ ହଜାର ୯୪୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ଲକ୍ଷ ୮୬ହଜାର ୨୯୮ ଜଣ ଚିକିତ୍ସିତ ହେଉଥିବା ବେଳେ ୧୨ ଲକ୍ଷ ୩୦ ହଜାର ୫୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧୫ହଜାର ୮୪୨ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.