fbpx

ରାଜ୍ୟରେ ଆଜି ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ଆଉ ୧୦ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, ପୁରୀ ଓ ଯାଜପୁରରେ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମମରେ ୬ ମୃତକଙ୍କ ବୟସ ଯଥାକ୍ରମେ ୪୦, ୫୦, ୬୦, ୭୫ ଓ ୬୦ ବର୍ଷ ରହିଛି । ଏହି କ୍ରମରେ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୧୨କୁ ବୃଦ୍ଧି ପାଇଛି । ସମଗ୍ର ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଛି ।

Get real time updates directly on you device, subscribe now.