ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି। ସାନଖେମୁଣ୍ଡି ପରେ ପାତ୍ରପୁରରେ ଆଉ 8 ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସମସ୍ତ ଆକ୍ରାନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।
ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡ଼ାବାନ୍ତି। ଏହି ଘଟଣାକୁ ନେଇ ପରିମଳ ବ୍ୟବସ୍ଥା ଓ ଉତ୍ତମ ଚିକିତ୍ସା ଯୋଗାଇବାକୁ ଅଞ୍ଚଳବାସୀଙ୍କ ଦାବି।
ଗତ ୪ ଦିନ ହେଲା ଅଞ୍ଚଳରେ ବର୍ଷା ଲାଗି ରହିଛି । ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ସୂଚନା ମିଳିବା ପରେ ସ୍ବାସ୍ଥ୍ୟ ବିଭାଗ CDMO, ADMOଙ୍କ ସହ ବ୍ରହ୍ମପୁର ଜିଲ୍ଲାପାଳ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ହଇଜାର କୌଣସି ଲକ୍ଷଣ ନାହିଁ ବୋଲି ପ୍ରତିକ୍ରିୟା ରଖିଛନ୍ତି ।
ଗୁରୁବାର ଗ୍ରାମର ଦାସ ଶବର ଝାଡ଼ାବାନ୍ତିରେ ଜୀବନ ଯାଇଥିବା ବେଳେ ସୋମବାର ପ୍ରକାଶ ରଇତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ପୂର୍ବରୁ ସାନଖେମୁଣ୍ଡି ବ୍ଲକ ତାଳପୁର ଗ୍ରାମର ଗଙ୍ଗା ନାଇକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ହେଇଥିଲା ।
ବର୍ତ୍ତମାନ ଦିଗପହଣ୍ଡିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ପରେ ଗ୍ରାମରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଥିଲେ ଏଡିଏମ୍ଓ ପ୍ରମୋଦ କୁମାର ପୃଷ୍ଟି ଓ ଆରଡବ୍ଲୁଏସଏସ ନିର୍ବାହଯନ୍ତ୍ରୀ ବିକାଶ କୁମାର ପତି ।