fbpx

ଭୁବନେଶ୍ୱରରୁ ଆଜି ପୁଣି ୧୪୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୪ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ହୁ ହୁ ହୋଇ ବଢିଚାଲିଥିବା ବେଳେ ଆଜି ପୁଣି ରାଜଧାନୀରୁ ୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୧୪୫ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି । ୧୯୪୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨୫୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.