ଭୁବନେଶ୍ୱର,୧୨ା୭: ଚଳିତ ମାସ ୧୪ ତାରିଖରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ରାଜଧାନୀ ଭୁବନେଶ୍ୱରର ଏମ୍ସରେ ଅନୁଷ୍ଠିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପ୍ରମୁଖ ଏମ୍ସ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର- କଟକ ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ୱର ଡିସିପିଙ୍କ ସମେତ ଏମ୍ସର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
ଓଡ଼ିଶା ପୋଲିସ ପକ୍ଷରୁ ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଏହି ସୂଚନା ଦିଆଯାଇଛି ।