ଭୁବନେଶ୍ୱର: ନାଦିକି ବର୍ଷିବ। ରାସ୍ତା ଘାଟ କିଛି ଦେଖାଯିବନି। ରାଜ୍ୟରେ ଆଜିଠୁ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
ଏହାସହ ଆଜି ପାଇଁ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାବଗ।
ତେବେ ଆସନ୍ତା ୧୩,୧୪ ଓ ୧୫ ତାରିଖ ଯାଏଁ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି। ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।
ସତର୍କ ସୂଚନା ଦିଆଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି।