ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆସୁଛନ୍ତି ରାଷ୍ଟ୍ରପତି। ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ।

ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ।  ପ୍ରଥମେ ଆଜି ସନ୍ଦ୍ୟାରେ AIIMSର ୫ମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ପରେ ଆସନ୍ତାକାଲି କଟକ ଯିବେ।

କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ମହାମହିମଙ୍କ ଗସ୍ତକୁ ନେଇ ଟ୍ୱିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।