ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ପ୍ରବଳ ବର୍ଷିବ

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଦକ୍ଷିଣପୂର୍ବ ଗାଙ୍ଗେୟ ଉପତ୍ୟକା ଓ ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ଅବପାତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ।

ବନ୍ୟାଜନିତ ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଇଏମଡି ଆକଳନ କରିଛନ୍ତି। ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଜାରି କରିଛନ୍ତି। ସେ କହିଛନ୍ତି ଯେ, ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।

ସେ ଆହୁରି କହିଛନ୍ତି ଯେ, ଅବପାତଜନିତ ବର୍ଷା ବନ୍ୟାଭଳି ସ୍ଥିତି ଆଣିପାରେ। ଆଜି ଉତ୍ତର ଓଡ଼ିଶା, କାଲିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ। କେତୋଟି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଅବବାହିକାରେ ପୁଣି ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।