ଆଶା କରିଥିଲୁ ଛାତ୍ରୀ ବଞ୍ଚିଯିବେ… ଦୋଷୀକୁ ଛଡ଼ାଯିବନି, କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି । ଜୀବନ ମରଣର ସଂଘର୍ଷ ପରେ ଗତକାଲି ରାତିରେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପ୍ରତିକ୍ରିୟାରେ କହିଛନ୍ତି ଆଶା କରିଥିଲୁ ଝିଅ ଜଣଙ୍କ ବଞ୍ଚିଯିବ ବୋଲି କିନ୍ତୁ ସମ୍ଭବ ହେଲା ନାହିଁ ।

ଯେଉଁମାନେ ଏହି ଘଟଣାରେ ସଂପୃକ୍ତ ଅଛନ୍ତି ସେମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାଲେଶ୍ୱର ଏଫଏମ୍ କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦିନ ଦେହରେ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ଛାତ୍ରୀ ।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲେଶ୍ୱର ଓ ପରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କ ଶରୀରର ୯୦ରୁ ୯୫ ପ୍ରତିଶତ ଅଂଶ ପୋଡ଼ିଯାଇଥିଲା ।