Breaking: ଭୁବନେଶ୍ବର ଘରୋଇ ଇଞ୍ଜିନିୟରିଂ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ

ଜାଗମରା ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି ।

ଭୁବନେଶ୍ୱର: ଜାଗମରା ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି ।

ଅନେକ ଛାତ୍ରଛାତ୍ରୀ ଆହତ ହୋଇଥିବାରୁ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆମ୍ବୁଲାନ୍ସ ଯୋଗେ ଆହତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ମେଡିକାଲ ନିଆଯାଉଛି ।

ତେବେ କଲେଜର ଦ୍ବିତୀୟ ମହଲାରେ ଲାଗିଥିଲା ନିଆଁ । ଫଳରେ 65 ଜଣ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ କ୍ଲାସରୁମରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଟ୍ରେନିଂ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏସି କମ୍ପ୍ରେସର ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିଶମ ବାହିନୀର ୩ଟି ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ତେବେ ଏଯାବତ କ୍ଷୟକ୍ଷତିର କିଛି ଆକଳନ କରାଯାଇ ନାହିଁ ।