fbpx

ଆସନ୍ତା ୨୪ଘଣ୍ଟା ପ୍ରବଳ ବର୍ଷିବ: ୧୦ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠାରୁ କେତେକ ଜିଲ୍ଲାରେ ବର୍ଷା ହୋଇଛି । ଏହାସହ ଲଘୁଚାପ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ପାଇଁ ୧୦ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ଜିଲ୍ଳା ଗୁଡ଼ିକ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ । ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୧ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର ଓ ବାଲେଶ୍ୱର ।

Get real time updates directly on you device, subscribe now.