fbpx

୨୪ଘଣ୍ଟାରେ ୫୬,୨୮୨ ଆକ୍ରାନ୍ତ ଚିହ୍ନଟ ଓ ୯୦୪ ମୃତ

ନୂଆଦିଲ୍ଲୀ, ୬ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୫୬,୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯,୬୪,୫୩୭ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୪୦,୬୯୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୧୩,୨୮,୩୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫,୯୫,୫୦୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୬ହଜାର ୪୭୬, ତାମିଲନାଡ଼ୁରେ ୪୪୬୧, ଦିଲ୍ଲୀରେ ୪୦୪୪, କର୍ଣ୍ଣାଟକରେ ୨୮୦୪ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.