ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ; ନଦୀ ଫୁଲିବ, 3 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ । ଆଜି ପ୍ରବଳ ବର୍ଷା ନେଇ ରାଜ୍ୟର 3 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ । ଆଜି ପ୍ରବଳ ବର୍ଷା ନେଇ ରାଜ୍ୟର 3 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ,ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ 30ରୁ 40 କିମି ବେଗରେ ପବନ ବହିବା ଆଶଙ୍କା କରାଯାଉଛି।

ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୯ ତାରିଖ ଯାଏ ବର୍ଷା ଲାଗି ରହିବ । ୩୦ରୁ କମିବ ବର୍ଷାର ପରିମାଣ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ତେବେ ଏତେ ପରିମାଣର ବର୍ଷା ଯୋଗୁଁ ଜଳ ନିଷ୍କାସନରେ ସମସ୍ୟା ଉପୁଜିବା ସହ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି । ତେବେ ନଦୀଗୁଡ଼ିକ ବିପଦ ସଙ୍କେତ ତଳେ ରହିଥିବା ବେଳେ ଆସନ୍ତାକାଲି ବି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ କହିଛି ଜଳସମ୍ପଦ ବିଭାଗ ।