୭ ଦିନ ପ୍ରବଳ ବର୍ଷା, ଝଡ଼ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ!
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର: ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ସପ୍ତାହେ ଯାଏଁ ଲାଗି ରହିବ ଝଡ଼ବର୍ଷା। ତେଣୁ ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମଧ୍ୟାହ୍ନ ଏବଂ ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି।
ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ଅଗଷ୍ଟ ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି। ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।
ଏପଟେ ଅଗଷ୍ଟ ୧୦ରୁ ୧୨ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।