ଆଗାମୀ ୩ ଘଣ୍ଟା ରୁହନ୍ତୁ ସତର୍କ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ଦିଆଗଲା ଚେତାବନୀ
ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି।
ଏହି ୮ ଜିଲ୍ଲା ଗୁଡ଼ିକ ହେଲେ- ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ପୁରୀ, ନୟାଗଡ଼ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏଥି ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ସ୍ପଷ୍ଟ ହେବ। ଫଳରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ରାଜ୍ୟର ଅନେକାଂଶରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ବି ହୋଇପାରେ।
ଆସନ୍ତାକାଲି ଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହ ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।