fbpx

ରାଜ୍ୟରେ ପୁଣି ୧୭୩୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୯ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୭୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୭୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୨୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରେ ସର୍ବାଧିକ ୩୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରେ ୨୨୨, କଟକରୁ ୧୭୭, ସୁନ୍ଦରଗଡରୁ ୧୨୬, ନୟାଗଡରୁ ୧୦୬, ଗଜପତିରୁ ୮୫, ଭଦ୍ରକରୁ ୫୮, କନ୍ଧମାଳରୁ ୫୯, କେରାପୁଟରୁ ୬୦, ମାଲକାନଗିରିରୁ ୫୨, ଯାଜପୁରରୁ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.