ବାରଙ୍ଗରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ: ୩୦ ଏକର ଜମି ଚିହ୍ନଟ

କଟକ ବାରଙ୍ଗରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ ।ଏଥିପାଇଁ ୩୦ ଏକର ଜମି ଚିହ୍ନଟ କରାଯାଇ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଭୁବନେଶ୍ଵର: ବାରଙ୍ଗରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଏଥିପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଥିଲା ବେଳେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ଚୂଡ଼ାନ୍ତ ଅନୁମୋଦନ ଅପେକ୍ଷାରେ ରହିଛି । ଏଥିପାଇଁ ୩୦ ଏକର ଜମି ଚିହ୍ନଟ କରାଯାଇ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଗଙ୍ଗେଶ୍ବର ମୌଜାରେ ନିର୍ମାଣ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ତେବେ ବିଭାଗ ପକ୍ଷରୁ କଟକ ସହର ଭିତରେ ଜମି ବାଛିବା  ପାଇଁ କୁହାଯାଇଥିଲା, କିନ୍ତୁ ସହର ଭିତରେ ଏକ ବିଶ୍ବବିଦ୍ୟାଳୟ ନିର୍ମାଣ ପାଇଁ ଆବଶ୍ୟକ ଜମି ମିଳିପାରି ନଥିଲା । ତେଣୁ ସହର ବାହାରେ ଗଙ୍ଗେଶ୍ବର ମୌଜାରେ ନିର୍ମାଣହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ ।

ପ୍ରାଥମିକ ପର୍ଯ୍ୟାୟରେ ବାରଙ୍ଗରେ ପାଖାପାଖି ୪୦ ଏକର ଜମି ଅଧିଗ୍ରହଣ ପାଇଁ ବଛାଯାଇଥିଲା । ପରବର୍ତ୍ତୀ ସମୟରେ ବିଶ୍ବବିଦ୍ୟାଳୟ ପାଇଁ ପାଖାପାଖି ୩୦ ଏକର ଜମି ଚିହ୍ନଟ ହୋଇଥିଲା । ଅନ୍ୟପକ୍ଷରେ ରାଜ୍ୟରେ ବର୍ତ୍ତମାନ ପାଖାପାଖି ୨୬ଟି ଦୃଷ୍ଟିବାଧିତ ବିଦ୍ୟାଳୟ ଅଛି। ଏହି ବିଦ୍ୟାଳୟମାନଙ୍କରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଆଗକୁ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ ଦ୍ବାରା ଅଧିକ ଉପକୃତ ହୋଇପାରିବେ ବୋଲି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ  ପ୍ରକାଶ କରିଛନ୍ତି।