୨୭ ଯାଏଁ ଭିଜିବ ସାରା ଓଡ଼ିଶା, ଆଜି 20 ଜିଲ୍ଲାକୁ SRC ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା 27 ରାତିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ 20 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ବର: ଆସନ୍ତା 27 ରାତିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ 20 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ଏହାସହ ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ।
ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦିନକ ପରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୨୫ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।