ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ଗଣେଶ ପୂଜାରେ ପଶିବ ପାଣି ! ଆଗାମୀ 5 ଦିନ ପ୍ରବଳ ବର୍ଷିବ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୁଣି ବଡ ବର୍ଷାରେ ଭିଜିବ ଓଡିଶା । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୁଣି ବଡ ବର୍ଷାରେ ଭିଜିବ ଓଡିଶା । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଲଘୁଚାପ କ୍ଷେତ୍ର ଗତିକରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା 27 ଯାଏଁ ( ଆଗାମୀ ୫ ଦିନ) ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଗାମୀ 24 ଘଣ୍ଟାରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ବର୍ଷାର ଚେତାବନୀ । ସୁନ୍ଦରଗଡକୁ ରେଡ ଆଲର୍ଟ ଜାରି କରଛି ଆଞ୍ଚଳିକ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ । ସେପଟେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବର୍ଷାରେ ଭିଜିବ ଗଣେଶ ପୂଜା !

ଏଥର ବର୍ଷାରେ ଭିଜିବ ଗଣେଶ ପୂଜା । ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ଆସିଥିବାରୁ ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ଚଳିତ ବର୍ଷ ଗଣେଶ ପୂଜା 27 ତାରିଖରେ ପଡୁଛି । ପୂଜା ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ବର୍ଷା ପୂଜା ମାହୋଲକୁ ଗଡବଡ କରିପାରେ । ଆସନ୍ତା 5 ଦିନ ଅର୍ଥାତ୍ 27 ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଗଣପତିଙ୍କ ଉତ୍ସବ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି ।

ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହୋଇଥିବା ବେଳେ ୨ ଜିଲ୍ଲଳରେ ଅତ୍ୟନ୍ତ ପ୍ରବଳ ବର୍ଷା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ସୁନ୍ଦରଗଡର ଟେନସା ରେ ୧୪୨ . ୮ ମିମି ରେକର୍ଡ କରାଯାଇଛି ।