ସମ୍ବଲପୁର: ଲଘୁଚାପ ପ୍ରଭାବରେ ବର୍ତ୍ତମାନ ଲଗାଣ ବର୍ଷା ଜାରି ରହିଛି। ଏହି ବର୍ଷା ଉପରମୁଣ୍ଡରେ ଅଧିକ ହେବା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିବା କଥା ଖବର ମିଳିଛି।
ସୂଚନା ମୁତାବକ ବର୍ତ୍ତମାନ ୪ଟି ଗେଟ୍ ଖୋଲିବା ପରେ ସମୁଦାୟ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଲଗାଣ ବର୍ଷା ପରେ ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର।
ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଲଘୁଚାପ କ୍ଷେତ୍ର ଗତିକରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା 27 ଯାଏଁ ( ଆଗାମୀ ୫ ଦିନ) ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଗାମୀ 24 ଘଣ୍ଟାରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ବର୍ଷାର ଚେତାବନୀ । ସୁନ୍ଦରଗଡକୁ ରେଡ ଆଲର୍ଟ ଜାରି କରଛି ଆଞ୍ଚଳିକ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ ।
ସେପଟେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।