ଆଖି ବୁଜିଲେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଚିକିତ୍ସିତ ଅବସ୍ଥାରେ କ୍ୟାପିଟାଲ୍ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ ବିଧାୟକ।
ଭୁବନେଶ୍ୱର: ପୂର୍ବତନ ବିଧାୟକଙ୍କ ପରଲୋକ। ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ। ୫୨ ବର୍ଷ ବୟସରେ ଆଖି ବୁଜିଲେ କରେନ୍ଦ୍ର ମାଝୀ। ଚିକିତ୍ସିତ ଅବସ୍ଥାରେ କ୍ୟାପିଟାଲ୍ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କଲେ କରେନ୍ଦ୍ର ମାଝୀ।
ବାଲିଗୁଡ଼ା ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ଥିଲେ କରେନ୍ଦ୍ର ମାଝୀ। ପୂର୍ବତନ ବିଧାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ। ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।