Big Breaking: ହଠାତ୍ ନବୀନ ନିବାସକୁ କାହିଁକି ଗଲେ ରାଜ୍ଯପାଳ, କ’ଣ ରହିଛି କାରଣ…
ପ୍ରକାଶଥାଉ ଯେ, ନିକଟରେ ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସିତ ହୋଇ ଫେରିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ଓଡ଼ିଶା ଭାସ୍କର: ନବୀନ ନିବାସକୁ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ସେ ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।
ପ୍ରକାଶଥାଉ ଯେ, ନିକଟରେ ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସିତ ହୋଇ ଫେରିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ପଢ଼ନ୍ତୁ ଅଧିକ ଖବର….କିଏ ଏହି ମାୟାବିନୀ ସୁନ୍ଦରୀ? 3 ଦିନ ପାଇଁ ବିଗ୍ ବସରେ ନେଇଛନ୍ତି 2.5 କୋଟି, ଲିଷ୍ଟରେ ଅଛନ୍ତି…
କହିରଖୁ, ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟି ସାରିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଥିଲେ ।
କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଥିବା ଜଣା ପଡିଥିଲା । ତାହାସହ ନବୀନଙ୍କ ଭାଇ ପ୍ରେମ ପଟ୍ଟନାୟକ ମଧ୍ଯ ତାଙ୍କୁ ଦେଖା କରିବାକୁ ପୂର୍ବରୁ ଆସି ସାରିଛନ୍ତି ।
ସୂଚନାଅନୁଯାୟୀ ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।