ସାବଧାନ! ଆସୁଛି ଆଉ ଏକ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ସବୁ ଜିଲ୍ଲାକୁ ଓ୍ବାର୍ଣ୍ଣିଂ

୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।

ଭୁବନେଶ୍ବର: ରାଜ୍ୟର କିଛି ଜିଲ୍ଲାରେ ଅନବରତ ବର୍ଷା ଲାଗି ରହିଛି । କିଛି ଜିଲ୍ଲାରେ ବନ୍ୟା ପରିସ୍ଥିତି ମଧ୍ୟ ଦେଖାଯାଇଛି । ଏହାରି ଭିତରେ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ସାମ୍ନାକୁ ଆସିଛି ।

୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାକୁ ଛାଡି ଅର୍ଥାତ୍ ଆଉ ବାକି ୨୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି 27 ଏବଂ 28 ତାରିଖରେ ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ତେବେ ପ୍ରବଳ ବର୍ଷା ପାଇଁ ସୁବର୍ଣ୍ଣରେଖାରେ ବନ୍ୟା ପରିସ୍ଥିତି ଦେଖାଯାଇଛି ।

ପାଣି ଘେରରେ ଅନେକ ଗାଁ ରହିଥିବା ବେଳେ ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ବ୍ରାହ୍ମଣୀ ସତର୍କ ସଂକେତ ଉପରେ, ଆଖୁଆପଦାରେ ବୈତରଣୀ ସ୍ଥିର ରହିଥିବା ନେଇ ରାଜସ୍ବ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି ।

ଯାଜପୁରର ସର୍ବାଧିକ ୪୬ ଗାଁ, ୧୪ ପଂଚାୟତ ପ୍ରଭାବିତ ହୋଇଛି ।