fbpx

ରାଜ୍ୟରେ ଆଜି ୧୦ ଜଣଙ୍କର ପ୍ରାଣ ନେଲା କରୋନା

ଭୁବନେଶ୍ୱର,୧୧ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଓ ଖୋର୍ଦ୍ଧାରୁ ୩ ଜଣଙ୍କ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ରାୟଗଡ, ପୁରୀ, ବାଲେଶ୍ୱର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.