ଗଣେଶ ପୂଜାରେ ଚାଷୀଙ୍କୁ ବଡ଼ ଉପହାର; ଖାତାକୁ ଗଲା ସିଏମ କିଷାନ ଟଙ୍କା, ଚେକ କରନ୍ତୁ ଆକାଉଣ୍ଟ୍
ଖାତାକୁ ଗଲା ସିଏମ କିଷାନ ଟଙ୍କା, ଚେକ କରନ୍ତୁ ଆକାଉଣ୍ଟ୍ ।
ଓଡ଼ିଶା ଭାସ୍କର: ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି । ଚାଷୀଙ୍କୁ ମିଳିଲା ସିଏମ କିଷାନ କିସ୍ତି ଟଙ୍କା । ତୃତୀୟ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା 2 ହଜାର ଲେଖାଏଁ ଟଙ୍କା । 1 ହଜାର 41 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର । ଏଥିରେ 51 ଲକ୍ଷ 54 ହଜାର 115 ଜଣ ଚାଷୀ ଉପକୃତ ହୋଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କରିଛନ୍ତି। ଓୟୁଏଟି ସ୍ଥିତ କୃଷିଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ କରିଛନ୍ତି । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯାଇଛି।
ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହୋଇଛନ୍ତି। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।
୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି।