ମାଡ଼ି ଆସୁଛି ବଡ଼ ଲଘୁଚାପ, ଗର୍ଜିଲାଣି ସମୁଦ୍ର, ଜଳମଗ୍ନ ସହର…, ସାବଧାନ! ଆଲର୍ଟରେ 22 ଜିଲ୍ଲା, ଛେଚିବ, କାଚିବ, ମାରିବ….
ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ତ୍ତମାନ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରବାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।
ଓଡ଼ିଶା ଭାସ୍କର: ଆଜି ଲଘୁଚାପ, ପ୍ରବଳ ବର୍ଷିବ । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ମ୍ୟାମାର ଉପକୂଳ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ମଧ୍ଯ ସକ୍ରିୟ ଅଛି । ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଲୋ ପ୍ରେସରର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।
ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ତ୍ତମାନ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରବାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।
ପଢ଼ନ୍ତୁ ଅଧିକ ଖବର…ନିଜର ବେଷ୍ଟ ଫ୍ରେଣ୍ଡଙ୍କୁ କେମିତି ଭୁଲିଗଲେ ଏବି ଡିଭିଲିୟର୍ସ, ସତରେ କ’ଣ କିଙ୍ଗ କୋହଲି ଏତେ ଖରାପ, ବନ୍ଧୁତାରେ ଫାଟ…
ଗାଙ୍ଗେୟ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ 1.5 ଏବଂ 5.8 କିଲୋମିଟିର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଉଚ୍ଚତା ସହ ଢ଼ଳି ରହିଛି । ଏହା ପ୍ରଭାବରେ ଆଜି (2 ସେପ୍ଟେମ୍ବର)ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଲଘୁଚାପ ପ୍ରଭାବରେ ଆଗାମୀ 5 ଦିନ ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରଭାବରେ ବର୍ଷା ଲାଗିରହିଥିବା ବେଳେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି 30-40 କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗୀର, ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Heavy Rain Orange Warning 2nd September
ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ ବର୍ଷାର ପରିମାଣ ବଢ଼ିବ । ପ୍ରବଳ ଜୋରରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ 30-40 କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି ।
Yellow Warning for Rainfall:
IMD Yellow Warning:
ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଝାରସୁଗୁଡ଼ା ରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟାପ୍ରତି ଝଟକା ପବନ 30-40 କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
3 September Rain alert:
ସେପଟେ 3 ତାରିଖରେ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ 30-40 କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ବାରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକାପବନରସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।
4th September Rain Alert:
4 ତାରିଖରେ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକାପବନର ବେଗ 30-40 କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଅଶାନ୍ତ ରହିବ ସମୁଦ୍ର:
ସେପ୍ଟେମ୍ବର 02 ରୁ 04 ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ 30-40 କିଲୋମିଟର ଘଣ୍ଟାପ୍ରତି ବେଗରେ ପବନ ବହିବା ସମ୍ଭାବନା ରହିଛି । ଏହା ସହିତ 50 କିଲୋମିଟର ଘଣ୍ଟାପ୍ରତି ବେଗରେ ପବନ ବହିବା ସମ୍ଭାବନା ରହିଛି । ଉଳରେ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।