fbpx

ଭୁବନେଶ୍ୱରରୁ ଆଜି ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୧୧ା୮ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୦୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୦ ଓ ସ୍ଥାନୀୟ ଅଞ୍ଚଳରୁ ୪୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୩୪ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୧୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୦୭ ଜଣ ସୁସ୍ଥ ହୋଇଛନ୍ତି ଓ ୨୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୩୯ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.