ରାଜ୍ୟରେ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ସାବଧାନ ୨୪ ଘଣ୍ଟାରେ ଓଡ଼ିଶା ଅତିକ୍ରମ କରିବ ଲଘୁଚାପ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।

ଆଗାମୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ ବର୍ଷା । ପରବର୍ତ୍ତୀ ସମୟରେ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।

ଆଗାମୀ ୨୪ ଘଣ୍ଟାରେ ଏହା ଓଡ଼ିଶା ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ସଂଲଗ୍ନ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବିଶେ‌ଷ କରି ଆସନ୍ତାକାଲି ମାଲକାନଗିରି ଓ କୋରାପୁଟରେ ‌ପ୍ରବଳ ଛେଚିବ ବୋଲି ଜଣାପଡ଼ିଛି। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।