ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି: ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏହାସହ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର ।

ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଗତକାଲି ଗଜପତି ମହାରାଜଙ୍କର ୬୯ ଅଙ୍କ ଆରମ୍ଭ ହେବ । ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ଓ ନୃସିଂହଙ୍କୁ ପୁଜାର୍ଚ୍ଚନା କରିବେ ଗଜପତି । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସମ୍ପାଦନ କରାଯିବ । ଏ ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୂଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ଏହାକୁ ଘୋଷଣା କରିବେ ।