ସାବଧାନ! କଟକ ଜିଲ୍ଲାରେ ବଡ଼ ଧରଣର ଚଢ଼ାଉ: ବାହାର କ୍ଷୀରରେ ମିଶୁଛି ଲୁଣ, ପାଉଡର ଏବଂ କେମିକାଲ୍

କଟକ: ଲୋକଙ୍କ ସ୍ବାସ୍ଥ୍ୟକୁ ଅଣଦେଖା । ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ | ମାଡି ବସିଲା ପୋଲିସ | ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା ବେଳେ ମାଡ଼ି ବସିଥିଲା ପୋଲିସ।

ଘଟଣାସ୍ଥଳରୁ କ୍ଷୀର ଟ୍ୟାଙ୍କର ଜବତ ହୋଇଛି । ଡ୍ରାଇଭର ସମେତ କ୍ଷୀର ଅପମିଶ୍ରିତ କରୁଥିବା ଦୁର୍ବୃତ୍ତ ମାନେ ଫେରାର ହୋଇଯାଇଛନ୍ତି । ଦୀର୍ଘ ଦିନ ଧରି ଏଭଳି ଅପମିଶ୍ରଣ ଚାଲିଥିବା ନେଇ ନଜର ରଖିଥିଲା ପୋଲିସ।

ମେସିନ୍ ଦ୍ବାରା କ୍ଷୀର ଗାଡି ମଧ୍ୟରେ ପାଣି ଲୋଡ କରି କ୍ଷୀରକୁ ବାହାର କରି ସେଥିରେ ଲୁଣ, ପାଉଡର୍ ଓ ଏକ କେମିକାଲ ମିଶାଇ ବଜାରକୁ ଛଡ଼ାଯାଉଥିଲା । ଏହି କ୍ଷୀର ଗାଡ଼ି ସମ୍ବଲପୁରରୁ କଟକର ଏକ ଦାମୀ କମ୍ପାନୀକୁ ଯାଉଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି |

ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ମେସିନ୍ ଦ୍ଵାରା କ୍ଷୀର ଗାଡି ମଧ୍ୟରେ ପାଣି ଲୋଡ କରି କ୍ଷୀରକୁ ବାହାର କରି ସେଥିରେ ଲୁଣ , ପାଉଡର୍ ଓ ଏକ କେମିକାଲ ଅପ ମିଶ୍ରିତ କରି ଦିଆ ଯାଉଥିଲା । । ଏହି କ୍ଷୀର ଗାଡ଼ି ସମ୍ବଲପୁରରୁ କଟକର ଏକ ଦାମୀ କମ୍ପାନୀକୁ ଯାଉଥିବା ପ୍ରାଥମିକ ତଦନ୍ତ ରୁ ସୂଚନା ମିଳିଛି । ପୋଲିସ ର ତଦନ୍ତ ପରେ ଖୋଲିବ କ୍ଷୀର ଅପମିଶ୍ରଣର ରହସ୍ୟ।