ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗ ଦେବେ!
ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ।
ଭୁବନେଶ୍ୱର: ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ। ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ବ୍ରହ୍ମପୁର ଯୁବ ସମାବେଶରେ ସାମିଲ ହୋଇପାରନ୍ତି। ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବାର ଯୋଜନା ରହିଛି। କିନ୍ତୁ ଏଯାଏଁ ମୋଦୀ ଓଡ଼ିଶା ଆସିବା ନେଇ ସ୍ପଷ୍ଟ ହୋଇନି।
ଯଦି ଦେଖିବା ନିକଟରେ ରାଜ୍ୟ ବିଜେପିର ବର୍ଷେ ପୂର୍ତ୍ତି ଅବସରରେ ଓଡ଼ିଶା ଆସିଥିଲେ ପ୍ରଧାନମନ୍ତ୍ରୀ। ଏବେ ପୁଣି ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଛି।