CHARIDHAM

ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ, ୨୫ ଯାଏଁ ଚାଲିବ

ଶୋକପ୍ରସ୍ତାବରୁ ଆରମ୍ଭ ହେଲା ଗୃହକାର୍ଯ୍ୟ।

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେସନ। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକପ୍ରସ୍ତାବରୁ ଆରମ୍ଭ ହେଲା ଗୃହକାର୍ଯ୍ୟ।

ରାଜେନ୍ଦ୍ର ଢ଼ୋଲକିଆ ବିୟୋଗରେ ଶୋକପ୍ରସ୍ତାବ ଆଗତ। ୬ଜଣ ପୂର୍ବତନ ସଦସ୍ୟଙ୍କ ପାଇଁ ଶୋକପ୍ରସ୍ତାବ ଆଗତ ହେଲା।

ସେପ୍ଟେମ୍ବର ୨୫ ଯାଏଁ ଚାଲିବ ଅଧିବେସନ। ଅଧିବେସନରେ ହେବ ୭ଟି କାର୍ଯ୍ୟଦିବସ।

ବିଧାନସଭାର ସଦସ୍ୟ ଥିବା ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ