Rain Alert; ୫ ଦିନ ବର୍ଷାରୁ ନାହିଁ ନିସ୍ତାର, ପ୍ରବଳ ନାଦିବ, ଘରୁ ବାହାରିବା ପୂର୍ବରୁ ହୁଅନ୍ତୁ ସତର୍କ

ଲଘୁଚାପ ଆଣୁଛି ବଡ଼ ବର୍ଷା

ଭୁବନେଶ୍ୱର: ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କରାଯାଇଛି ଆକଳନ। ଆଜି ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଜିଲ୍ଲା ହେଉଛି ସୁନ୍ଦରଗଡ଼, ସମ୍ବଲପୁର।

ଏହା ସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲା ଗୁଡ଼ିକରେ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟାପ୍ରତିି ୩୦ରୁ ୩୦ କିଲୋମିଟର ବେଗରେ ମଧ୍ୟ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ।ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରାଯାଇଛି।

ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୨୪ ତାରିଖ (ବୁଧବାର) ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

୨୫ରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି।
ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ ।