fbpx

ଖୁସି ଖବର: ରାଜ୍ୟରେ ଆଜି ୧୩୦୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୪ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୯,୨୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସେହିପରି ଖୋର୍ଦ୍ଧାରେ ୧୫୬, କଟକରେ ୧୨୮, ଯାଜପୁରରେ ୧୧୧, ମାଲକାନଗିରିରେ ୭୫, ବାଲେଶ୍ୱରରେ ୭୧, ସୁନ୍ଦରଗଡ଼ରେ ୬୩, ପୁରୀରେ ୫୦, କଳାହାଣ୍ଡିରେ ୪୪, କେନ୍ଦ୍ରାପଡାରେ ୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.