fbpx

ଭୁବନେଶ୍ୱରରେ ଅମାନିଆ କରୋନା: ଆଜି ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୬ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୮୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫୨୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୩୫ଜଣ ସୁସ୍ଥ ହୋଇଛନ୍ତି ଓ ୨୫ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୮୨୩ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.