fbpx

ରାଜ୍ୟରେ ଆଜି ୯ ଜଣଙ୍କର ପ୍ରାଣ ନେଲା କରୋନା

ଭୁବନେଶ୍ୱର,୧୮ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ରାୟଗଡାରୁ ୨, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.