fbpx

ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୯ା୮: ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଅନେକ ଦିନ ବିତିଗଲାଣି । କିନ୍ତୁ ଏପର୍ଯ୍ୟନ୍ତ ଏହା ଆତ୍ମହତ୍ୟା ନା ତାଙ୍କ ମୃତ୍ୟୁ ପଛରେ ଆଉ କିଛି ରହସ୍ୟ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ । ତେଣୁ ଏହି ମାମଲାର ଶୀର୍ଷରେ ପହଞ୍ଚିବା ପାଇଁ ସୁପ୍ରିମକୋର୍ଟ ଆଜି ବଡ଼ ରାୟ ଶୁଣାଇଛନ୍ତି । ଏହି ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।

ଅନ୍ୟପଟେ ରିୟାଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପାଟନାରୁ ମୁମ୍ବାଇକୁ ଏହି ମାମଲା ସ୍ଥାନାନ୍ତର ପାଇଁ ଆବେଦନ କରିଥିଲେ ରିୟା ।ଏହାସହ ବିହାର ସରକାର କରିଥିବା ଆବେଦନ ସଠିକ୍ ଓ ବିହାର ସରକାରଙ୍କ ତଦନ୍ତ ଅଧିକାର ରହିଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ସମସ୍ତ କାଗଜପତ୍ର ସିବିଆଇକୁ ଦେବାକୁ ମୁମ୍ବାଇ ପୋଲିସକୁ ନିର୍ଦ୍ଦେଶ ହୋଇଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାର ତଦନ୍ତରେ ମହାରାଷ୍ଟ୍ର ସରକାରଙ୍କୁ ମଧ୍ୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.