fbpx

ଗୋଟିଏ ଦିନରେ ୬୮,୮୯୮ ଆକ୍ରାନ୍ତ ଚିହ୍ନଟ ଓ ୯୮୩ ଜଣ ମୃତ

ନୂଆଦିଲ୍ଲୀ, ୨୧ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୮,୮୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୮୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୦୫,୮୨୪ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୫୪,୮୪୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧,୫୮,୯୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬,୯୨,୦୨୮ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମହାରାଷ୍ଟ୍ରରେ ସର୍ବାଧିକ ୨୧ହଜାର ୩୫୯, ତାମିଲନାଡ଼ୁରେ ୬୨୩୯, କର୍ଣ୍ଣାଟକରେ ୪୪୨୯, ଦିଲ୍ଲୀରେ ୪୨୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.