୨୪ଘଣ୍ଟାରେ ୬୯,୮୭୮ ଆକ୍ରାନ୍ତ ଚିହ୍ନଟ ଓ ୯୪୫ ଜଣ ମୃତ

ନୂଆଦିଲ୍ଲୀ, ୨୨ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୯,୮୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୭୫,୭୦୧ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୫୫,୭୯୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୨୨,୨୨,୫୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬,୯୭,୩୩୦ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।