fbpx

ଭୁବନେଶ୍ୱରରୁ ଆଜି ୨୯୫ ପଜିଟିଭ୍ ଚିହ୍ନଟ, ବିସ୍କୁଟ କାରଖାନାରୁ ୨୮

ଭୁବନେଶ୍ୱର, ୨୨ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୨୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୪୨ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୫୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ୪୨ ଜଣ ପୋଲିସ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୦୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୧୯ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୭୫୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଜଣ କର୍ମଚାରୀ କରୋନା ପଜିଟିଭ୍ ହୋଇଛନ୍ତି ।

Get real time updates directly on you device, subscribe now.