ଭୁବନେଶ୍ୱର, ୨୪ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୨୬୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୭୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୫୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୬୩ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୯୯୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 24th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/cumf9H6K4I— BMC (@bmcbbsr) August 24, 2020