fbpx

ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି

ଭୁବନେଶ୍ୱର, ୨୫ା୮(ଓଡ଼ିଶା ଭାସ୍କର):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୯ଜିଲ୍ଲାଗୁଡ଼ିକ ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେଓଗଡ଼ ।

 

Get real time updates directly on you device, subscribe now.