ଭୁବନେଶ୍ୱର, ୨୫ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୩୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୬୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭୨୬ ଜଣ ସୁସ୍ଥ ହୋଇଛନ୍ତି ଓ ୩୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୧୬୨ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 25th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/jQQ3QeZ5F2— BMC (@bmcbbsr) August 25, 2020