fbpx

ଖୁସି ଖବର: ରାଜ୍ୟରେ ଆଜି ୨୫୧୦ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୬୫ ହଜାର ୩୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରୁ ୧୩୫, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡରୁ ୭୨,ସମ୍ବଲପୁରରୁ ୬୪, ବଲାଙ୍ଗିରୁ ୫୧, କଳାହାଣ୍ଡିରୁ ୪୮, ଝାରସୁଗୁଡାରୁ ୪୨, ସୋନପୁରରୁ ୩୮, ବରଗଡରୁ ୩୬, ନୟାଗଡରୁ ୩୩, ବୌଦ୍ଧରୁ ୩୧, ଢେଙ୍କାନାଳରୁ ୩୦, କେନ୍ଦୁଝରରୁ ୩୦, ରାୟଗଡରୁ ୨୫, ଜଗତସିଂହପୁରରୁ ୧୭, ନବରଙ୍ଗପୁରରୁ ୧୧, ଅନୁଗୁଳରୁ ୫, ଦେଓଗଡରୁ ୩ ଓ ନୂଆପଡାରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.